ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଆରମ୍ଭ ହୋଇଛି ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ବିଶ୍ଵର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ହେଉଥିବା ଏହି ଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୌରାଣିକ କଥାବସ୍ତୁ ଉପରେ ଆଧାରିତ ଭଗବାନ କୃଷ୍ଣଙ୍କ ମଥୁରା ଯାତ୍ରାର ସ୍ମୃତି ବହନ କରୁଥିବା ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଅନନ୍ୟ ପରିଚୟ ବୋଲି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି।

Comments are closed.