ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, କରିବେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ

ଅନୁଗୁଳ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଯିବେ । ଜିଲ୍ଲାରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ବହୁ ପ୍ରତୀକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଅନୁଗୋଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Comments are closed.