ଜାନୁଆରୀ ମାସର ସବୁ ଛୁଟି ଦିନରେ ଖୋଲା ରହିବ ଲୋକସେବା ଭବନ ପୁଷ୍ପ ଉଦ୍ୟାନ

ଭୁବନେଶ୍ବର: ଜାନୁଆରୀ 2023 ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣ ଙ୍କ ପାଇଁ ଖୋଲା ରହିବ । ଚଳିତ ମାସ ରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟି କୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ଚାରି ଟାରୁ ଛ ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ ।

ଆଜି ନୂଆ ବର୍ଷ ରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ । ,ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି ।

Comments are closed.