କୁହୁଡି ପାଇଁ ସତର୍କ ରହିବାକୁ ୮ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର – ନୂଆବର୍ଷ ଆରମ୍ଭରେ ମଧ୍ୟ ରାଜ୍ୟରେ ଶୀତ ନାହିଁ । ଯେଉଁ ଭଳି ଭାବେ ଶୀତ ହେବା କଥା ତାହା ହେଉନାହିଁ । ରାଜ୍ୟର କିଛି ଜିଲ୍ଲାରେ ସାମାନ୍ୟ ଥଣ୍ଡା ପଡୁଥିବା ବେଳେ ଆସନ୍ତା ୨ -୩ ଦିନ ପରେ ଶୀତ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏଣେ କୁହୁଡି ସତର୍କତା ଅବଲମ୍ବନ ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖାଯାଇଛି । ସକାଳୁ ଘନ କୁହୁଡ଼ି ବେଳେ ଦୁର୍ଘଟଣା ଏଡ଼ାଇବା ପାଇଁ ଯାତାୟତ ବେଳେ ସତର୍କତା ଅବଲମ୍ବନ କରିବାର ଆବଶ୍ୟକତା ଅଛି । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଯିବ । କୁହୁଡ଼ି ପାଇଁ ରାସ୍ତାରେ ଯାତାୟତ ସମୟରେ ସତର୍କତା ଅବଲମ୍ବନ କରାଯିବା ଉଚିତ । ଜାତୀୟ ରାଜପଥରେ ଯାନବାହନ ଚଳାଚଳ ସମୟରେ ଘନ କୁହୁଡ଼ି ଦେଖାଗଲେ ପୋଲିସ ଓ ପରିବହନ ବିଭାଗ ଆବଶ୍ୟକ ପଦକ୍ଷେପ ନିଅନ୍ତୁ ବୋଲି ଏସଆରସିଙ୍କ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି ।

Comments are closed.