ରାଜ୍ୟରେ ଆଉ ଦୁଇ ଦିନ ଶୀତ ଲହରୀ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | News Room Odisha

ରାଜ୍ୟରେ ଆଉ ଦୁଇ ଦିନ ଶୀତ ଲହରୀ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ରାଜ୍ୟରେ ଆଉ ଦୁଇ ଦିନ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ଶୀତ ହେବା ସମ୍ଭାବନା ଥିବାରୁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ଦୁଇରୁ ତିନି ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ କମ୍‌ ରହିବ । ଭୀଷଣ ଶୀତ ସମୟରେ ଘର ଭିତରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।