ହକି ବିଶ୍ୱକପ ଆରମ୍ଭ : ପ୍ରଥମ ମ୍ୟାଚ ଜିତିଲା ଆର୍ଜେଣ୍ଟିନା

ଭୁବନେଶ୍ୱର – ଆରମ୍ଭ ହୋଇଛି ପୁରୁଷ ହକି ବିଶ୍ୱକପର ପଞ୍ଚଦଶ ସଂସ୍କରଣ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପର ପ୍ରଥମ ମ୍ୟାଚରେ ଆର୍ଜେଣ୍ଟିନା ବିଜୟୀ ହୋଇଛି। ପୁଲ ଏ ମ୍ୟାଚରେ ଆର୍ଜେଣ୍ଟିନା ଦକ୍ଷିଣ ଆଫ୍ରିକାକୁ ଏକମାତ୍ର ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଛି । ଆର୍ଜେଣ୍ଟିନା ମ୍ୟାଚରେ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲେ ମଧ୍ୟ ଦକ୍ଷିଣ ଆଫ୍ରିକା କଡ଼ା ଟକ୍କର ଦେଇଥିଲା । ଦକ୍ଷିଣ ଆଫ୍ରିକାର ରକ୍ଷଣପନ୍ଥୀ ଚମତ୍କାର ପ୍ରଦର୍ଶନ କରିଥିଲେ । ମ୍ୟାଚର ତୃତୀୟ କ୍ୱାର୍ଟରରେ ହିଁ ଆର୍ଜେଣ୍ଟିନା ଗୋଲ କରିବାରେ ସଫଳ ହୋଇଥିଲା । ମାଇକୋ କାସେଲା ୪୨ତମ ମିନିଟରେ ଆର୍ଜେଣ୍ଟିନା ପକ୍ଷରୁ ଏକମାତ୍ର ଗୋଲ କରିଥିଲେ। ଏହା ହିଁ ଦଳ ପାଇଁ ବିଜୟସୂଚକ ଗୋଲ ସାବ୍ୟସ୍ତ ହୋଇଥିଲା ।

Comments are closed.