ବଡ଼ମ୍ବା ପୀଠ ଦଳାଚକଟା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା | News Room Odisha

ବଡ଼ମ୍ବା ପୀଠ ଦଳାଚକଟା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ବର/ କଟକ- କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳା ଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଏଥିରେ ୯ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଣେ ଅଘଟଣ ପରେ ବଡମ୍ବା ସିଂହନାଥ ପୀଠରେ ୨ ଦିନ ପାଇଁ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ ।

କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ମକର ମେଳାକୁ ଯାଉଥିବା ଭକ୍ତ-ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦଳାଚକଟା ‌ଯୋଗୁଁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା ।