୭ଟି ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର – ରାଜ୍ୟରୁ ଶୀତ ଉଭାନ ହୋଇଯାଇଥିଲେ ମଧ୍ୟ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଦେଖାଯାଉଛି । ଘନ କୁହୁଡ଼ି ନେଇ ୭ ଜିଲ୍ଲା ଲାଗି ୟେଲୋ ଓ୍ୱାର୍ଣ୍ଣିଂ ଜାରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗଞ୍ଜାମ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଆଜି ରାତିରୁ ଆସନ୍ତାକାଲି ସକାଳ ଯାଏଁ ଘନ କୁହୁଡ଼ି ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Comments are closed.