ପାର୍ବତୀ ଗିରିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ମହାନ ସ୍ବାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ ଜୟନ୍ତୀ । ଏ‌ହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ ମଧ୍ୟରେ ଜାତୀୟତା ଭାବ ଜାଗ୍ରତ କରିବା ସହ ସମାଜର ଗରିବ ତଥା ଅସହାୟଙ୍କ କଲ୍ୟାଣ ଏବଂ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.