୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ ବୃଦ୍ଧି ସଂପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଏହା ଲାଗୁହେବ ।

ଗ୍ରାମୀଣ ପାଇପ ଜଳ ଯୋଗାଣ ପାଇଁ ୨ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ । ନୟାଗଡ଼ର ଦଶପଲ୍ଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ । ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ ।

ସେହିପରି ଓବିସି କମିଶନ ଆଇନରେ ହେବ ସଂଶୋଧନ । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି । ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ କରାଯିବ । ଜିଏସଟି, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ଓ ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ।

Comments are closed.