କ୍ୟାବିନେଟ ବୈଠକ: ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ ଏଡ୍ ବୃଦ୍ଧି ନିଷ୍ପତ୍ତି | News Room Odisha

କ୍ୟାବିନେଟ ବୈଠକ: ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ ଏଡ୍ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ ବୃଦ୍ଧି ସଂପର୍କିତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଏହା ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ ।