ବ୍ରିଜ ତଳକୁ ଖସିପଡିଲା ଟୁରିଷ୍ଟ ବସ : ୨ ମୃତ, ୩୦ରୁ ଅଧିକ ଆହତ

ଢେଙ୍କାନାଳ – ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ଏକ ଟୁରିଷ୍ଟ ବସ ବ୍ରିଜ ତଳକୁ ଖସି ପଡ଼ିବାରୁ ୨ ମହିଳା ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ କେନ୍ଦ୍ରାପଡା ଇଛାପୁର ଗାଁର ରେଣୁବାଳା ଜେନା ଓ ବିଜୟଲକ୍ଷ୍ମୀ ସ୍ୱାଇଁ । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

କେନ୍ଦ୍ରାପଡା ଜିଲ୍ଲା ଇଛାପୁର ଗାଁରୁ ୪୦ ଜଣ ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲା ବୁଲିବା ପାଇଁ ଯାଇଥିଲେ। ଗତ ରାତିରେ ବସ୍‌ଟି ୫୫ ନମ୍ବର ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟରେ ଏକ ବ୍ରିଜ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ କେନାଲକୁ ଖସି ପଡ଼ିଥିଲା।

ସୂଚନା ପାଇ ତୁରନ୍ତ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅବସ୍ଥା ସଙ୍କଟାପନ୍ନ ହେବାରୁ ୧୫ ଜଣଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

Comments are closed.