ହୁସେନ ରବି ଗାନ୍ଧିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର -ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ଗାନ୍ଧି ବିଜୁବାବୁଙ୍କ ସହ ଦୀର୍ଘ ସମୟ ଧରି ଜଡ଼ିତ ଥିଲେ । ପରେ ସେ ବିଜେଡି ସହ ସ‍ଂପୃକ୍ତ ହୋଇ ଦଳର ମୂଲ୍ୟବୋଧର ପ୍ରସାର କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି। ଜଣେ ପ୍ରତିଷ୍ଠିତ ଲେଖକ ଭାବେ ଓଡ଼ିଆ ସାହିତ୍ୟ ପ୍ରତି ତାଙ୍କର ଅବଦାନ ରହିଛି। ତାଙ୍କ ବିୟୋଗ ରାଜ୍ୟ ପାଇଁ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିବା ତାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.