ଭୁବନେଶ୍ୱର – ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମନ୍ତ୍ରୀଙ୍କ ମୃତ୍ୟୁରେ ସେ ହତବାକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆପୋଲୋ ହସ୍ପିଟାଲକୁ ଯାଇ ଦିବଂଗତ ମନ୍ତ୍ରୀଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ଉପସ୍ଥିତ ନବକିଶୋର ଦାସଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କ ସହ ଆପୋଲୋ ହସ୍ପିଟାଲରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଓ ବିଜେଡି ସାଂଗଠନିକ ସମ୍ପାଦକ ଉପସ୍ଥିତ ରହି ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେଇଛନ୍ତି।