ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ପହଞ୍ଚି ନବ ଦାସଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶେଷ ଦର୍ଶନ କରି ଭାବବିହ୍ୱଳ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ , ବିଭିନ୍ନ ମନ୍ତ୍ରୀ ଓ ବିଧାୟକମାନେ ମଧ୍ୟ ଶେଷ ସମ୍ମାନ ପ୍ରଦର୍ଶନ କରିଛନ୍ତି।

Comments are closed.