ଆସନ୍ତା ୨୧ରୁ ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର – ଚଳିତ ମାସ ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ଏହି ମାସ ୨୪ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଆଗତ କରିବେ। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଏହି ମାସ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ମାର୍ଚ୍ଚ ୧୦ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ । ରାଜ୍ୟପାଳଙ୍କ ଅଭିଭାଷଣ ସହ ବଜେଟ ଅଧିବେଶନ ଆରମ୍ଭ ହେବ ।

Comments are closed.