ସ୍ୱାଧୀନତା ସଂଗ୍ରାମୀ ସୁଲକ୍ଷଣା ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ | News Room Odisha

ସ୍ୱାଧୀନତା ସଂଗ୍ରାମୀ ସୁଲକ୍ଷଣା ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସୁଲକ୍ଷଣା ମହାପାତ୍ରଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସ୍ୱାଧୀନତା ସଂଗ୍ରାମରେ ସୁଲକ୍ଷଣା ମହାପାତ୍ରଙ୍କ ଉଲ୍ଲେଖନୀୟ ଭୂମିକା ସବୁବେଳେ ସ୍ମରଣୀୟ ରହିବ। ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।