ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି, ସଂଧ୍ୟା ୬ରୁ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ – ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ସେବକମାନଙ୍କୁ ବନକଲାଗି ନୀତି ପାଇଁ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ସାମଗ୍ରୀ ଯୋଗାଇ ଦିଆଯାଇଛି।

ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି । ଏଣୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ।

Comments are closed.