ଆଜି ନବ ଦାସଙ୍କ ଦ୍ୱାଦଶାହରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଦିବଂଗତ ନବ ଦାସଙ୍କ ଦ୍ୱାଦଶାହ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ । ଝାରସୁଗୁଡା ସରବାହାଲର ହାଇସ୍କୁଲ ପଡିଆରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ମଧ୍ୟାହ୍ନ ୧୨ଟାରେ ଅବତରଣ କରିବେ । ସେଠାରୁ ହେଲିକପ୍ଟରରେ ଆସି ଅସ୍ଥାୟୀ ହେଲିପ୍ୟାଡ୍‌ରେ ୧୨ଟା ୧୫ମିନିଟରେ ଅବତରଣ କରି ନିକଟରେ ଥିବା ସରବାହାଲ ହାଇସ୍କୁଲ ପଡ଼ିଆକୁ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେବେ । ଏହି ସଭାରେ ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକ, ବିରୋଧୀ ଦଳନେତା ଓ ସାଂସଦମାନେ ଯୋଗଦେବେ । ସୁରକ୍ଷା ପାଇଁ ବ୍ୟାପକ ପୋଲିସ ବନ୍ଦୋବସ୍ତ କରାଯାଇଛି ।

Comments are closed.