କାଲିଠାରୁ ରାଷ୍ଟ୍ରପତିଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ, ଆଜି କାରକେଡ ରିହର୍ସଲ କରିବ ପୋଲିସ

ଭୁବନେଶ୍ୱର – ଆସନ୍ତାକାଲି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗସ୍ତ ପୂର୍ବରୁ ଆଜି କାରକେଡ ରିହର୍ସାଲ କରିବ ପୋଲିସ। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ,୨ ଶହରୁ ଅଧିକ ଅଫିସର, ସାଦା ପୋଷାକଧାରୀ ପୋଲିସ କର୍ମଚାରୀ ଏବଂ ରୁଫଟପ୍ ସୁରକ୍ଷା କର୍ମୀ ମୁତୟନ କରାଯିବ।

୧୦ ତାରିଖରେ ଦିନ ପ୍ରାୟ ୧୨ଟାରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ବିମାନ ବନ୍ଦରରୁ ସେ ଭୁବନେଶ୍ୱର ଉତ୍କଳ ମଣ୍ଡପରେ ହେବାକୁ ଥିବା ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେବେ। ଅପରାହ୍ନ ୪ଟାରେ ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ୧୧ ତାରିଖରେ ସେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ। ଏହାପରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ହେଲିକପ୍ଟର ଯୋଗେ କଟକ ଯାଇ ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ସେଣ୍ଟର ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆ ରାଇସ୍ କଂଗ୍ରେସକୁ ଉଦଘାଟନ କରିବେ।

Comments are closed.