ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଥିଲେ। ଏହି ଅବସରରେ ବିଏମସି ମେୟର ସୁଲୋଚନା ଦାସ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ ।

ବିମାନବନ୍ଦରରୁ ରାଷ୍ଟ୍ରପତି ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଇଛନ୍ତି ।କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଏମସି ମେୟର ସୁଲୋଚନା ଦାସ ଓ ଜ୍ଞାନପ୍ରଭା ମିଶନର ସଭାପତି ଜ୍ୟୋତିର୍ମୟୀ ମିଶ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଜ୍ଞାନପ୍ରଭା ମିଶନର ଏହି କାର୍ଯ୍ୟକ୍ରମରେ ଶ୍ରୀ ଗୁରୁଜୀ ପରମହଂସ ପ୍ରଜ୍ଞାନନ୍ଦଜି ଅଭିଭାଷଣ ରଖିବେ।

Comments are closed.