ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି | News Room Odisha

ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି

କଟକ – ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ବିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ, ଚାଉଳ ଜୀବନର ଶସ୍ୟ। ଖାଦ୍ୟ ସୁରକ୍ଷାରେ ଚାଉଳର ଭୂମିକା କଣ ସମସ୍ତେ ଜାଣନ୍ତି। ଚାଉଳ ଉତ୍ପାଦନ ଭାରତୀୟ ଅର୍ଥନୀତିକୁ ସମୃଦ୍ଧ କରିଛି। ରାଷ୍ଟ୍ରପତି ଆହୁରି କହିଛନ୍ତି, ଭାରତ ସର୍ବାଧିକ ଚାଉଳ ରପ୍ତାନି କରି ଅନ୍ୟ ଦେଶକୁ ମଧ୍ୟ ଖାଦ୍ୟ ଯୋଗାଉଛି। ଅତ୍ୟଧିକ ସାର ବ୍ୟବହାର ମାଟିର ମାନ ନଷ୍ଟ କରୁଛି। ଏଣୁ ଇକୋଫ୍ରେଣ୍ଡଲି ଉପାୟରେ ଧାନ ଉତ୍ପାଦନ କରିବା ଦିଗରେ କୃଷି ବୈଜ୍ଞାନିକମାନଙ୍କ ଉଦ୍ୟମର ଆବଶ୍ୟକ ରହିଛି ବୋଲି ରାଷ୍ଟ୍ରପତି କହିଛନ୍ତି।