ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର | News Room Odisha

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଭୁବନେଶ୍ବର: ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି .ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ।

ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ ପାଇକମାଳ ର ଜନତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ପାଇକମାଳ ରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ । ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ
ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ । ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ।
ପାଇକମାଳ ର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବୀ କରିଆସୁଥିଲେ ।