କେନ୍ଦୁଝର ଧରଣୀଧର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ  | News Room Odisha

କେନ୍ଦୁଝର ଧରଣୀଧର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

କେନ୍ଦୁଝର – କେନ୍ଦୁଝରର ପୁରାତନ ଧରଣୀଧର ମହାବିଦ୍ୟାଳୟକୁ ମିଳିଛି ବିଶ୍ଵବିଦ୍ୟାଳୟର ମାନ୍ୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଏହି ଘୋଷଣା କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବି ବିଜ୍ଞପ୍ତି ଜାରି ହୋଇଛି। କେନ୍ଦୁଝରର ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଧରଣୀଧର ସ୍ଵୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ ଇନଷ୍ଟାଗ୍ରାମରେ ଏହି ସୂଚନା ଦେଇଛନ୍ତି। ଧରଣୀଧର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା ।

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଯାଇ ୪୭୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ।