ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ | News Room Odisha

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ

ବରଗଡ଼ : ବରଗଡ଼ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀକୁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗସ୍ତ କରିବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନା ଦିଆଯାଇଛି । ପଦ୍ମପୁର ଉପନିର୍ବାଚନ ପରେ ଏହା ପ୍ରଥମ ଗସ୍ତ । ଏଥିରେ ପଦ୍ମପୁର ଉପଖଣ୍ଡର ତିନୋଟି ବ୍ଲକ ଝାରବନ୍ଧ, ପାଇକମାଳ ଏବଂ ପଦ୍ମପୁରରେ ସାଧାରଣ ସଭା ତଥା ବିଭିନ୍ନ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ଜଣା ପଡ଼ିଛି ।

ସଭାରେ ବିଧାୟକ ଦେବୀପ୍ରସାଦ ମିଶ୍ର, ସୁଶାନ୍ତ ସିଂ, ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ବର୍ଷା ସିଂ ବରିହା, ମନ୍ତ୍ରୀ ପ୍ରତାପ ଦେବ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଜଗନ୍ନାଥ ସରକା, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ମନ୍ତ୍ରୀ ରୀତା ସାହୁ ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରିବାର କାର୍ଯ୍ୟକ୍ରମ ରହିଛି । ସମସ୍ତ କାର୍ଯ୍ୟକ୍ରମରେ ମିଶନ ଶକ୍ତି ଗୋଷ୍ଠୀ ତଥା ଏସଏଚଜି ହିତାଧିକାରୀଙ୍କୁ ପ୍ରୋତ୍ସାହିତ ରାଶି ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ।