ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ, ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା | News Room Odisha

ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ, ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ବରଗଡ଼ : ଆଉ କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ନିର୍ବାଚନ ମଣ୍ଡଳୀ ପହଂଚିବେ । ଏଥି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ବରଗଡ଼ ଏସ୍‌ପି ପ୍ରହଲ୍ଲାଦ ସହାଇ ମୀନା ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି । ୫ ଜଣ ଅତିରିକ୍ତ ଏସ୍‌ପି , ୨ ଏସ୍‌ଡିପିଓ , ୧୪ ଜଣ ଡିଏସ୍‌ପି , ୩୨ ଇନ୍ସପେକ୍ଟର , ୧୦୦ ଜଣ ଏସ୍‌ଆଇ / ଏଏସଆଇଙ୍କ ତତ୍ତ୍ଵାବଧାନରେ ୨୫ ପ୍ଲାଟୁନ ପୁଲିସ ଫୋର୍ସ ସୁରକ୍ଷା ବ୍ୟବସ୍ଥା ଦାୟିତ୍ବରେ ନିୟୋଜିତ ହୋଇଛନ୍ତି ।