ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବ : ଡିଏମଇଟି

ଭୁବନେଶ୍ୱର – ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ ବୋଲି ଡିଏମଇଟି ଡକ୍ଟର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଆଗକୁ ସବୁ ଜିଲ୍ଲା ସଦର ମହକୁମାରେ ମେଡିକାଲ କଲେଜ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଯୋଜନା ରହିଛି ବୋଲି ଡିଏମଇଟି ସୂଚନା ଦେଇଛନ୍ତି।

ବର୍ତ୍ତମାନ ରାଜ୍ୟର ବ୍ରହ୍ମପୁର, କଟକ ଓ ବୁର୍ଲା ସମେତ ମୋଟ ୧୦ଟି ସରକାରୀ ମେଡିକାଲ କଲେଜ ରହିଛି। ଏହା ସହିତ ୨ଟି ପୋଷ୍ଟ ଗ୍ରାଜୁଏଟ ଓ ଡେଣ୍ଟାଲ ମେଡିକାଲ କଲେଜ ରହିଛି। କଟକ, ବୁର୍ଲା ଓ ବ୍ରହ୍ମପୁର ମେଡିକାଲ କଲେଜରେ ୭୦୦ ଡାକ୍ତରୀ ସିଟ ରହିଛି। ଏବେ ରାଜ୍ୟରେ ଖୋଲିଥିବା ୭ଟି ନୂଆ ମେଡିକାଲ କଲେଜ ଯୋଗୁଁ ଆଉ ୭୦୦ ସିଟ ଯୋଡ଼ି ହୋଇଥିବା ଡିଏମ ଇଟି କହିଛନ୍ତି।

Comments are closed.