ଆସନ୍ତା ସପ୍ତାହଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା | News Room Odisha

ଆସନ୍ତା ସପ୍ତାହଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା

ଭୁବନେଶ୍ବର – ଆଗାମୀ ୩ ରୁ ୪ଦିନ ମଧ୍ୟରେ ରାଜ୍ୟରେ ଦିନ ତାପମାତ୍ରାରେ କିଛି ବିଶେଷ ପରିବର୍ତ୍ତନ ହେବ ନାହିଁ। ଦିନର ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ରହିବ। ମାତ୍ର ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହଠାରୁ ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ଦିନ ତାପମାତ୍ରା ୩୮ରୁ ୪୦ ଡିଗ୍ରୀରେ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ ବି‌ଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ଆସନ୍ତା ୫ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ।