ଆସନ୍ତା ୫ ଦିନ ଶୁଖିଲା ରହିବ ପାଗ, ମାର୍ଚ୍ଚ ପ୍ରଥମ ସପ୍ତାହରୁ ବଢିବ ତାତି

ଭୁବନେଶ୍ବର – ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସର୍ବନିମ୍ନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ ହେବା ସମ୍ଭାବନା ନାହିଁ । ସର୍ବୋଚ୍ଚ ତାପମାତ୍ରାରେ କିଛିଟା ପରିବର୍ତ୍ତନ ହୋଇପାରେ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ମାର୍ଚ୍ଚ ପ୍ରଥମ ସପ୍ତାହରେ କିଛି ସ୍ଥାନରେ ତାପମାତ୍ରା ୪୦ରୁ ୪୨ ଡିଗ୍ରୀ ମଧ୍ୟରେ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Comments are closed.