ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ନେତା ବିଜେଡିରୁ ନିଲମ୍ବିତ | News Room Odisha

ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ନେତା ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର – ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜେଡିରୁ ଆଜି ୨ ଜଣଙ୍କୁ ନିଲମ୍ବିତ କରାଯାଇଛି। ଦଳରୁ ନିଲମ୍ବିତ ହୋଇଛନ୍ତି ମୟୂରଭଞ୍ଜ ଜିଲ୍ଲା ସମ୍ପାଦକ ପ୍ରବୀର ଚନ୍ଦ୍ର ସାଏ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ।

ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ସଭାପତିଙ୍କ ଆଦେଶ ମୁତାବକ ଘଷିପୁରା ବ୍ଲକ ବିଜେଡି ସଭାପତି ମନ୍ମଥ ରାଉତଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। ଦୁଇ ନେତାଙ୍କ ନିଲମ୍ବନ ନେଇ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।