ସକ୍ରିୟ ପଶ୍ଚିମା ଝଡ଼, ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଓ କାଲି ବର୍ଷା ସମ୍ଭାବନା | News Room Odisha

ସକ୍ରିୟ ପଶ୍ଚିମା ଝଡ଼, ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଓ କାଲି ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟର କିଛି ସ୍ଥାନରେ ଅନୁଭୂତ ହେଉଥିବା ପ୍ରବଳ ତାତିରୁ ଆଜିଠୁ ଆଶ୍ୱସ୍ତି ମିଳିବ । ରାଜ୍ୟରେ ୧୦ ତାରିଖ ଯାଏଁ ରହିବ ପଶ୍ଚିମା ଝଡ଼ ପ୍ରଭାବ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଉପକୂଳର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ବର୍ଷା ହୋଇପାରେ।

ଆସନ୍ତାକାଲି ହୋଲିରେ ବି ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୯ ତାରିଖରେ ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୦ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବ ରହିବ ।