ପଶ୍ଚିମା ଝଡ ଯୋଗୁଁ ତାତିରୁ ଆଶ୍ୱସ୍ତି, ମାର୍ଚ୍ଚ ତୃତୀୟ ସପ୍ତାହରେ ପୁଣି ବଢିବ ପାରଦ

ଭୁବନେଶ୍ୱର – ପଶ୍ଚିମା ଝଡ ଯୋଗୁଁ ରାଜ୍ୟର ତାପମାତ୍ରା ହ୍ରାସ ପାଇଛି । ତାପମାତ୍ରା ସ୍ବାଭାବିକଠୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ଆଜି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ୮ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏଥିପାଇଁ ସେସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୫ ତାରିଖରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ରହିଛି । ତେବେ ମାର୍ଚ୍ଚ ତୃତୀୟ ସପ୍ତାହରେ ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବା ସମ୍ଭାବନା ରହିଛି।

Comments are closed.