ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ପାଇବେ ଆଇୟୁପିଏସି ପୁରସ୍କାର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଦେଶର ପ୍ରଥମ ମହିଳା ଭାବେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ସମ୍ମାନଜନକ ଆଇୟୁପିଏସି ପୁରସ୍କାର ପାଇବେ । ଜ୍ୟୋତିର୍ମୟୀ ରସାୟନ ବିଜ୍ଞାନ କ୍ଷେତ୍ରରେ କୃତିତ୍ୱ ପାଇଁ ଆଇୟୁପିଏସି ପୁରସ୍କାର ପାଇବେ। ଏହି ପୁରସ୍କାର ପାଇବାରେ ସେ ହେବେ ଦେଶର ପ୍ରଥମ ମହିଳା। ବର୍ତ୍ତମାନ ସେ ଭାବା ଆଣବିକ ଗବେଷଣା କେନ୍ଦ୍ରରେ ବୈଜ୍ଞାନିକ ଭାବେ କାର୍ଯ୍ୟରତ।

ସମ୍ମାନ ଜନକ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଜ୍ଞାନିକ ଜ୍ୟୋତିର୍ମୟୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ରସାୟନ ବିଜ୍ଞାନ କ୍ଷେତ୍ରରେ ଜ୍ୟୋତିର୍ମୟୀ ଅର୍ଜନ କରିଥିବା କୃତିତ୍ୱ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ କରିବା ସହ ଆଗାମୀ ଦିନରେ ତାଙ୍କର ଆହୁରି ସଫଳତା କାମନା କରିଛନ୍ତି।

Comments are closed.