ପଶ୍ଚିମା ଝଡ ପ୍ରଭାବରେ ବଦଳିଲା ପାଗ, ଆଜିଠୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର – ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି। ବୁଧବାର ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ସାଙ୍ଗକୁ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ହୋଇଛି। ଆଗାମୀ ୧୯ ତାରିଖ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ । ଆଜି, ଆସନ୍ତାକାଲି ଓ ୧୮ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗ ପବନ ବହିବା ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comments are closed.