ଡ୍ରାଇଭର ଆନ୍ଦୋଳନ ନେଇ ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର – ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରସଙ୍ଗ ଆଜି ବିଧାନସଭାରେ ଉଠିଛି । ଏ ପ୍ରସଙ୍ଗରେ ଗୃହରେ ଆଜି ହଟ୍ଟଗୋଳ ହୋଇଛି । ଏ ପ୍ରସଙ୍ଗରେ ରୁଲିଂ ଦେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଆନ୍ଦୋଳନରତ ଡ୍ରାଇଭରମାନଙ୍କ ସହ ଆଲୋଚନା କରିବାକୁ ପରିବହନ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି। ଆସନ୍ତାକାଲି ଆଲୋଚନା କରି ଗୃହରେ ଉତ୍ତର ରଖିବେ ବିଭାଗୀୟ ମନ୍ତ୍ରୀ। ରୁଲିଂ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ବୁଧବାରଠାରୁ ବିଭିନ୍ନ ଦାବି ନେଇ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ଓହ୍ଲାଇଛି । ଏଥିଯୋଗୁଁ ସାଧାରଣ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଆଲୋଚନା ପାଇଁ ପରିବହନ ମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ।

Comments are closed.