ପୁରୀରେ ଦୁଇ ଗୋଷ୍ଠୀ ମଧ୍ୟରେ ହଣାକଟା,୩ ଆହତ

ପୁରୀ – ପୁରୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆଜି ହଣାକଟା ହୋଇଛି । ଆଜି ଭୋରରେ ମାର୍କେଟ ଛକରେ ଦୁଇ ଗୋଷ୍ଠୀ ପରସ୍ପରକୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି । ଏଥିରେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ପୁରୀ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଟାଉନଥାନା ଓ କୁମ୍ଭାରପଡା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି। ଏ ଯାଏଁ କାହାରିକୁ ଗିରଫ କରାଯାଇନାହିଁ।

Comments are closed.