ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ନୀତି, ଅପରାହ୍ନ ୫ରୁ ରାତି ୧୦ ଯାଏଁ ଦର୍ଶନ ବନ୍ଦ

ପୁରୀ – ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ନୀତି କରାଯିବ । ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ନୀତି ହୁଏ ।ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ପାଞ୍ଚଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଏହି ନୀତି ଯୋଗୁଁ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଖସାପଡା ନୀତି ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଏ।

ଦେବସ୍ନାନ ପୂର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁଙ୍କ ପହଣ୍ଡି କରାଯାଇଥାଏ। ତେଣୁ ଏହା ପୂର୍ବରୁ ଖସାପଡ଼ା ନୀତି କରାଯାଇଥାଏ।

Comments are closed.