ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ – ଆଜି ଚୈତ୍ର ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି କରାଯିବ । ଦତ୍ତ ମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।

Comments are closed.