ଭୁବନେଶ୍ଵରରେ ସୁଟିଂ ହୋଇଥିବା ଜ୍ବିଗାଟୋ ଚଳଚ୍ଚିତ୍ର ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ଜ୍ବିଗାଟୋ ଚଳଚ୍ଚିତ୍ରର ସ୍ବତନ୍ତ୍ର ଉପସ୍ଥାପନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ନନ୍ଦିତା ଦାସ ନିର୍ଦ୍ଦେଶିତ ଚଳଚ୍ଚିତ୍ର ଜ୍ବିଗାଟୋର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ବରରେ କରାଯାଇଛି । ବିଶିଷ୍ଟ ଅଭିନେତା କପିଲ ଶର୍ମା ଓ ଅଭିନେତ୍ରୀ ସାହାନା ଗୋସ୍ବାମୀ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି ।

ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଚଳଚ୍ଚିତ୍ରରେ ସଫଳ ଭାବରେ ଉପସ୍ଥାପିତ କରାଯିବା ସହ କଳାତ୍ମକ ଦିଗ ପ୍ରତି ଉଚିତ୍ ଧ୍ୟାନ ଦିଆ ଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରର ଉଚ୍ଚପ୍ରଶଂସା କରିଥିଲେ । ସାମାଜିକ ପରିବର୍ତ୍ତନ ଦିଗରେ ଜ୍ବିଗାଟୋ ଏକ ସକରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Comments are closed.