ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର – ପଶ୍ଚିମାଝଡ ପ୍ରଭାବରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରାଯାଉଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ‌ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ମଧ୍ୟ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ । ରାଜ୍ୟରେ ଆସନ୍ତା‌ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ।

Comments are closed.