ହାଇୱାକୁ ପିଟିଲା ବସ୍, ୨ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ

ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ସଡ଼କ ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ହାଇୱାକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ରାଉରକେଲା ଯାଉଥିଲା। ଭାରସାମ୍ୟ ହରାଇ ଚାନ୍ଦିପୋଷ ନିକଟରେ ରାସ୍ତା କଡ଼ରେ ଛିଡା ହୋଇଥିବା ହାଇୱାକୁ ପଛକୁ ଧକ୍କା ଦେଇଥିଲା ବସ୍ । ପୋଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା । ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ପୋଲିସ।

Comments are closed.