ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ବି ଝଡ଼ବର୍ଷା ସମ୍ଭାବନା, କାଲି ପୁଣି ଏକ ପଶ୍ଚିମାଝଡ

ଭୁବନେଶ୍ୱର – ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଉଭୟ ଉପାନ୍ତ ଓ ଉପକୂଳ ଅଞ୍ଚଳରେ ବର୍ଷା ପବନ ହୋଇଛି । ମାର୍ଚ୍ଚ ଦ୍ବିତୀୟ ସପ୍ତାହରୁ ଲାଗି ରହିଛି ବର୍ଷା । ଆସନ୍ତା ଏପ୍ରିଲ ୧ ତାରିଖ ପର୍ଯ୍ୟନ୍ତ ଅନେକ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର, ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ଅଧିକ ପ୍ରଭାବିତ ହୋଇପାରେ।

ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କାଲି ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ୩୧ ତାରିଖରେ ରହିବ।

Comments are closed.