ଆସୁଛି ଏକ ପଶ୍ଚିମାଝଡ : କାଲିଠାରୁ ୫ ଦିନ ଯାଏଁ ବର୍ଷିବ, ଶୁକ୍ରବାର ଅଧିକ ପ୍ରଭାବ

ଭୁବନେଶ୍ୱର – ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବରେ ବୁଧବାରଠାରୁ ୫ ଦିନ ଯାଏଁ ପ୍ରବଳ ବର୍ଷିବ । ପଶ୍ଚିମା ଝଡ଼ ଆସନ୍ତା ଶୁକ୍ରବାର ସର୍ବାଧିକ ପ୍ରଭାବ ଦେଖାଇବ। ବିଜୁଳି ଘଡଘଡି ଝଡ଼-ଳ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ପ୍ରଭାବ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ବୁଧବାର ଅର୍ଥାତ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ଗଜପତି, ରାୟଗଡ଼ା, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖ ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବା ସମ୍ଭାବନା ରହିଛି। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ।

୩୧ ତାରିଖ ସକାଳ ସାଢ଼େ ୮ଟାରୁ ଏପ୍ରିଲ୍‌ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଯାଜପୁର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏପ୍ରିଲ ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସହିତ ବଜ୍ରପାତ ହୋଇପାରେ। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ।

Comments are closed.