ଆଉ ଏକ ପଶ୍ଚିମା ଝଡ଼ ସମ୍ଭାବନା, ୧ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ୱର – ଆଜି ଆଉ ଏକ ପଶ୍ଚିମା ଝଡ଼ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୩୧ ତାରିଖରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ୭ ଜିଲ୍ଲାକୁ ଅଧିକ ବର୍ଷା ରହିଛି । ଆଜି ଓ କାଲି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୩୧ତାରିଖରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

୩୧ ତାରିଖରେ ସାରା ଓଡ଼ିଶାରେ ଝଡ଼ବର୍ଷା ହେବ । ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ହେବା ସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧ ତାରିଖ ଦିନ ମଧ୍ୟ ରାଜ୍ୟରେ ଝଡ଼ବର୍ଷା ହେବ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

Comments are closed.