ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଖୋର୍ଦ୍ଧା ଜିଲ୍ଲାରେ ସରକାରୀ ଛୁଟି

ଭୁବନେଶ୍ୱର – ଆଜି ପବିତ୍ର ଅଶୋକାଷ୍ଟମୀ। ମହାପ୍ରଭୁ ଲିଙ୍ଗରାଜଙ୍କ ଆଜି ରୁକୁଣା ରଥଯାତ୍ରା । ରଥରେ ବିଜେ କରି ଯାତ୍ରା କରିବେ ମହାପ୍ରଭୁ ଲିଙ୍ଗରାଜ, ଦୋଳଗୋବିନ୍ଦ ଓ ଭଉଣୀ ରୁକ୍ମିଣୀ । ରୁକୁଣା ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ରଥଯାତ୍ରା ପାଇଁ ପହଣ୍ଡି ନୀତି ସାଢେ ୧୨ଟାରେ ଆରମ୍ଭ ହେବ । ରଥ ଉପରେ ପୂଜା ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସରିବା ପରେ ରଥ ଟଣା ଆରମ୍ଭ ହେବ ।

ସଂଧ୍ୟା ସାଢେ ୭ରେ ଠାକୁର ରାମେଶ୍ୱର ମନ୍ଦିରକୁ ବିଜେ କରିବେ । ଅଶୋକାକୁଣ୍ଡ ପାଣିରେ ସ୍ନାନ କଲାପରେ ୧୪ଟି ଅଶୋକ କଢି ଲାଗି କରାଯିବ । ଏହା ପରେ ଭେଟ ଆଳତି ନୀତିରେ ମହାପ୍ରଭୁ ରାମେଶ୍ୱରଙ୍କୁ ସାକ୍ଷାତ କରିବେ । ରୁକୁଣା ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ରୁକୁଣା ରଥଯାତ୍ରା ପାଇଁ ଆଜି ଖୋର୍ଦ୍ଧା ଜିଲ୍ଲାରେ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ରାଞ୍ଚଳ ଆରଡିସି । ଆଜି ସମସ୍ତ ସରକାରୀ ଅଫିସ ଛୁଟି ରହିବ ।

Comments are closed.