ମେ’ ୧୦ରେ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ

ନୂଆଦିଲ୍ଲୀ – ନିର୍ବାଚନ କମିଶନ କର୍ଣ୍ଣାଟକ ବିଧାନସଭା ଓ କିଛି ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ମେ’ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ଏଥିପାଇଁ ଏପ୍ରିଲ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରିହେବ । ମେ’ ୧୩ ତାରିଖରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ । ସୂଚନାଯୋଗ୍ୟ ଯେ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି । ଏହି ବର୍ଷ ଜାନୁଆରୀରେ ନବକିଶୋର ଦାସଙ୍କୁ ବ୍ରଜରାଜନଗରରେ ଜଣେ ଏଏସ ଆଇ ଗୁଳି କରି ହତ୍ୟା କରିଥିଲା ।

Comments are closed.