ମେଡିକାଲ କଲେଜ କୋଠାରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ବାଲେଶ୍ୱର – ରେମୁଣା ସ୍ଥିତ ଫକୀରମୋହନ ମେଡିକାଲ କଲେଜ କୋଠାରୁ ଡେଇଁ ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ପ୍ରାୟ ୩ଟା ବେଳେ ଏହି ଘଟଣା ଘଟିଛି । ଛାତ୍ର ଜଣକ ହେଉଛନ୍ତି ୨୨ ବର୍ଷିୟ ହିତେଷ୍ଣୁ ଦାସ । ସେ ତୃତୀୟ ବର୍ଷ ଏମବିବିଏସ ଛାତ୍ର ଥିଲେ । ଖବର ପାଇ ଘଟଣାସ୍ଥଳରେ ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ହିତେଷ୍ଣୁ ଫକୀରମୋହନ ମେଡିକାଲ କଲେଜର ପୁରୁଷ ଛାତ୍ରାବାସର ୩ ନମ୍ବର ରୁମରେ ରହୁଥିଲେ। ଗତକାଲି ରାତିରେ ସେ ଅନ୍ୟ ସାଙ୍ଗମାନଙ୍କ ସହ ଖାଇପିଇ ଶୋଇଥିଲେ। ତେବେ ରାତି ସାଢ଼େ ୩ଟା ବେଳେ ସେହି କ୍ୟାମ୍ପସର ୩ଜଣ ଛାତ୍ର ବାଲେଶ୍ୱର ଷ୍ଟେସନକୁ ଆସୁଥିବା ବେଳେ ହିତେଷ୍ଣୁଙ୍କ ମୃତଦେହ ୫ ମହଲା ବିଶିଷ୍ଟ ଏକାଡେମିକ ବିଲ୍ଡିଂ ତଳେ ଦେଖିବାକୁ ପାଇଥିଲେ। ଏହାପରେ ସେମାନେ କଲେଜ କର୍ତ୍ତୃପକ୍ଷ ଏବଂ ଶିଳ୍ପାଞ୍ଚଳ ଥାନା ପୋଲିସକୁ ଖବର ଦେଇଥିଲେ।

Comments are closed.