ଭୁବନେଶ୍ୱର -ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଭୁବନେଶ୍ବରରୁ ଦୁବାଇ କୁ ସିଧାସଳଖ ବିମାନ ସେବା ମେ’ ୧୫ ତାରିଖରୁ ଆରମ୍ଭ ହେବ । ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦୁବାଇକୁ ଉଡିବାକୁ ଥିବା ବିମାନ ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କରିବେ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୨ର ପୁନଃନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ରହିଛି। ଖୁବ୍‌ ଶୀଘ୍ର ଏହି କାର୍ଯ୍ୟ ଶେଷ ହେବ । ଭୁବନେଶ୍ୱର -ଦୁବାଇ ପରେ ସିଙ୍ଗାପୁର ଓ ବ୍ୟାଙ୍କକକୁ ମଧ୍ୟ ଭୁବନେଶ୍ୱରରୁ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ଜଣାପଡ଼ିଛି।

Comments are closed.