ଆସନ୍ତାକାଲି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ | News Room Odisha

ଆସନ୍ତାକାଲି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆସନ୍ତାକାଲି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ୯ ତାରିଖ ଯାଏଁ ଚାଲିବ । ୬ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଜାପାନ ରାଜଧାନୀ ଟୋକିଓ ସମେତ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ । ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।