ଓଡ଼ିଶାରେ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ପାଇଁ ସମସ୍ତ ଉଦ୍ୟମ ହେବ : ମୁଖ୍ୟମନ୍ତ୍ରୀ  | News Room Odisha

ଓଡ଼ିଶାରେ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ପାଇଁ ସମସ୍ତ ଉଦ୍ୟମ ହେବ : ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ଗୁଣାତ୍ମକ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ଦେବା ଜାରି ରଖିଛନ୍ତି । ଓଡ଼ିଶାରେ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ । ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାର୍ତ୍ତା ଦେଇଛନ୍ତି। ଏକ ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ପାଇଁ ଶକ୍ତ ସ୍ୱାସ୍ଥ୍ୟସେବା ପାଇଁ ତାଙ୍କ ସରକାର ସଂକଳ୍ପବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।